ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ... The post ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ appeared first on .
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ।
The post ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ appeared first on .