ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ : ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀ ବିଗ୍ରହ ମାନଙ୍କ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ […] The post ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on KNews Odisha.

ପୁରୀ : ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀ ବିଗ୍ରହ ମାନଙ୍କ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।
The post ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ appeared first on KNews Odisha.