ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ […]

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
banaka-lagi-ritual

ପୁରୀ: ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥା’ନ୍ତି।