ଆଜି ମହାଶିବରାତ୍ରୀ , ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ନନ୍ଦିଘୋଷ ବ୍ୟୁରୋ : ଆଜି ପବିତ୍ର ଜାଗର। ଦେବ ଦେବ ମହାଦେବଙ୍କ ପର୍ବ। ଏଥିପାଇଁ ସାରା ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକ... The post ଆଜି ମହାଶିବରାତ୍ରୀ , ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ appeared first on .

ଆଜି ମହାଶିବରାତ୍ରୀ , ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ନନ୍ଦିଘୋଷ ବ୍ୟୁରୋ : ଆଜି ପବିତ୍ର ଜାଗର। ଦେବ ଦେବ ମହାଦେବଙ୍କ ପର୍ବ। ଏଥିପାଇଁ ସାରା ରାଜ୍ୟର ପ୍ରମୁଖ ଶୈବପୀଠଗୁଡ଼ିକ ଚଳଚଞ୍ଚଳ ହୋଇ ଉଠିଛି। ସକାଳୁ ସକାଳୁ ହିଁ ଶିବ ମନ୍ଦିରରେ ଭକ୍ତଙ୍କ ଗହଳି ଚହଳି ଲାଗିଲାଣି। ମହାପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରକୁ ବେଶ୍ ଆକର୍ଷଣୀୟ ଭାବେ ସଜାଯାଇଛି। ଭୋର ସମୟରୁ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ସରି ଚାଲିଛି ସାହାଣମେଲା ଦର୍ଶନ।

ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର, ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ମହାଶିବରାତ୍ରୀ ଆଡ଼ମ୍ବରର ସହ ପାଳନ କରାଯାଉଛି । ସମସ୍ତ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି । ଭକ୍ତମାନେ ଯେପରି ଶୃଙ୍ଖଳିତ ଦର୍ଶନ କରିପାରିବେ ସେଥିପାଇଁ ବ୍ୟାରିକେଡ୍, ସ୍ବତନ୍ତ୍ର ପୋଲିସ କଣ୍ଟ୍ରୋଲ ରୁମର ବ୍ୟବସ୍ଥା କରାଯାଇଛି ।

The post ଆଜି ମହାଶିବରାତ୍ରୀ , ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ appeared first on .