ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ। ବିଧାନସଭା ବା ସଂସଦୀୟ ନିୟମ ଅନୁସାରେ ଗୃହର ଅଧିବେଶନ ଚାଲିଥିବା ସମୟରେ କୌଣସି ନୀତିଗତ ନିଷ୍ପତ୍ତି ଗୃହ ବାହାରେ ଘୋଷଣା କରାଯାଇ ପାରିବ ନାହିଁ। ଏହାକୁ ପ୍ରଥମେ ଗୃହରେ ପାଠ କରିବାର […] The post ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା appeared first on Dharitri Odia News.

ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ।

ବିଧାନସଭା ବା ସଂସଦୀୟ ନିୟମ ଅନୁସାରେ ଗୃହର ଅଧିବେଶନ ଚାଲିଥିବା ସମୟରେ କୌଣସି ନୀତିଗତ ନିଷ୍ପତ୍ତି ଗୃହ ବାହାରେ ଘୋଷଣା କରାଯାଇ ପାରିବ ନାହିଁ। ଏହାକୁ ପ୍ରଥମେ ଗୃହରେ ପାଠ କରିବାର ଆବଶ୍ୟକତା ରହିଛି। ହେଲେ ମୁଖ୍ୟମନ୍ତ୍ରୀ ଏହି ନିୟମ ଭାଙ୍ଗିଲେ ବୋଲି ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି।

ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ପାହ୍ୟା କି ସ୍ବତନ୍ତ୍ର ପ୍ୟାକେଜ କଥା ଉଠାଇଲେ ନାହିଁ । ଆଦିବାସୀ ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପ୍ରସଙ୍ଗ ଉଠାଇ ନାହାନ୍ତି। ତେବେ ରତ୍ନ ରତ୍ନ ଭଣ୍ଡାରକୁ ନେଇ ରାଜନୀତି ନ ହେଉ। ଜଷ୍ଟିସ ରଥଙ୍କ ବାପା ଓ ସେ ନିଜେ ଜଗନ୍ନାଥ ତାଙ୍କ ନିଷ୍ପତ୍ତିକୁ ରାଜ୍ୟ ସରକାର ମାନନ୍ତୁ ବୋଲି ତାରା କହିଛନ୍ତି।

The post ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା appeared first on Dharitri Odia News.