ଆଜି ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ […] The post ଆଜି ରାଜଧାନୀ ପ୍ରତିଷ୍ଠା ଦିବସ appeared first on Dharitri Odia News.

ଆଜି ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପୋଲିସ କମିଶନର ସଞ୍ଜୀବ ପଣ୍ଡା, ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଉପାଧ୍ୟକ୍ଷ ବଲଓ୍ବନ୍ତ ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣା, ଡିସିପି ପ୍ରତୀକ ସିଂ, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ବିଧାନସୌଧ ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ମାଲ୍ୟାର୍ପଣ କରିବେ। ପରେ ଅତିଥିଙ୍କ ଦ୍ୱାରା ସୂଚନା ଭବନରେ ଏକ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦ୍‌ଘାଟନ କରାଯିବ। ସାରେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ସାଂସ୍କୃତିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିରୂପେ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

The post ଆଜି ରାଜଧାନୀ ପ୍ରତିଷ୍ଠା ଦିବସ appeared first on Dharitri Odia News.