ଆଜି ରାଜ୍ୟ ବଜେଟ: ନୂଆ ଯୋଜନା ଆଣିବେ ସରକାର, ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଲାଗିବ ମୋହର
ଭୁବନେଶ୍ୱର,୧୭।୨ (ଅନୁରାଧା ମହାରଣା): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ […] The post ଆଜି ରାଜ୍ୟ ବଜେଟ: ନୂଆ ଯୋଜନା ଆଣିବେ ସରକାର, ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଲାଗିବ ମୋହର appeared first on Dharitri Odia News.
ଭୁବନେଶ୍ୱର,୧୭।୨ (ଅନୁରାଧା ମହାରଣା): ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।
୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି। ଗାଁରେ ଆର୍ଥିକ ସ୍ରୋତ ସୃଷ୍ଟି କରିବାକୁ ସରକାର ନୂଆ ଯୋଜନା ଆଣିପାରନ୍ତି ବୋଲି ବିଶେଷଜ୍ଞମାନେ କହୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି। ଭାଜପାର ନିର୍ବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।
The post ଆଜି ରାଜ୍ୟ ବଜେଟ: ନୂଆ ଯୋଜନା ଆଣିବେ ସରକାର, ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଲାଗିବ ମୋହର appeared first on Dharitri Odia News.