ଆଜି ରାୟଗଡା ଆସିବେ ରାହୁଲ ଗାନ୍ଧୀ,କର୍ମୀଙ୍କୁ କ’ଣ ଦେବେ ଗୁରୁମନ୍ତ୍ର

ଆଜି ରାୟଗଡା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ରାଜ୍ୟ କଂଗ୍ରେସ ଶିବିରରେ ଉତ୍ସାହ । ଦିନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବେ । ଏହାପରେ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ସମାବେଶକୁ ସମ୍ବୋଧନ କରିବେ ।

ଆଜି ରାୟଗଡା ଆସିବେ ରାହୁଲ ଗାନ୍ଧୀ,କର୍ମୀଙ୍କୁ କ’ଣ ଦେବେ ଗୁରୁମନ୍ତ୍ର

ଆଜି ରାୟଗଡା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏଥିପାଇଁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହା ପରେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିବେ।

ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା ।

ଅଧିକ ପଢ଼ନ୍ତୁ: ପ୍ରାର୍ଥୀ କଲାନି BJP, ତଥାପି ବରୀରୁ ନିର୍ବାଚନ ଲଢ଼ିବେ କହିଲେ ଦେବାଶିଷ

ସୂଚନାଯୋଗ୍ୟ, ପୂର୍ବରୁ ଗତ ମେ ୨୮ରେ ସାଲେପୁର ଆସିଥିଲେ ରାହୁଲ । ରାହୁଲ ଗାନ୍ଧି ଓଡ଼ିଶା ଆସି ଓଡ଼ିଶା କଂଗ୍ରେସ ପାଇଁ ନିର୍ବାଚନୀ ବିଗୁଲ ଫୁଙ୍କିଥିଲେ। ସେଠାରୁ ସେ ଉତ୍କଳ ଗୌରବ ମଧସୁଦନ ଦାସଙ୍କ ଜନ୍ମପୀଠ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ସାଲେପୁର ସଭାରେ ନିଜ ଅଭିଭାଷଣ ଆରମ୍ଭରୁ ନବୀନଙ୍କୁ ସିଧା ହାମଲା କରିଥିଲେ। ତେବେ ଆଜି ରାୟଗଡ଼ାରେ ସଭାରେ କର୍ମୀଙ୍କୁ ରାହୁଲ କ’ଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।