ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଥିଲେ।ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, […] The post ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଥିଲେ।ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

The post ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.