ଆଜି ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ
ପୁରୀ : ଆଜି ଶେଷ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଆସନ୍ତାକାଲି ଏହାର ସୌନ୍ଦର୍ଯ୍ୟ ଦେଖିବ ଦୁନିଆ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ I ଶ୍ରଦ୍ଧାଳୁଙ୍କ ଉଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ I ଏଥି ନିମନ୍ତେ ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନିଳାଦ୍ରୀ ଭକ୍ତ ନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଅନେକ ଗୁଡିଏ […]

ପୁରୀ : ଆଜି ଶେଷ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଆସନ୍ତାକାଲି ଏହାର ସୌନ୍ଦର୍ଯ୍ୟ ଦେଖିବ ଦୁନିଆ । ଆସନ୍ତା ଜାନୁଆରୀ ୧୭ ତାରିଖରେ ଉଦଘାଟିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ I ଶ୍ରଦ୍ଧାଳୁଙ୍କ ଉଦେଶ୍ୟରେ ଏହାକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ I ଏଥି ନିମନ୍ତେ ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନିଳାଦ୍ରୀ ଭକ୍ତ ନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଜାରି ରହିଥିବା ବେଳେ, ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା କରାଯାଉଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସପି ଏବଂ କମିଟିର ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ଆଜି ରାତି ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସରିବ ଏବଂ ଶୁକ୍ରବାର କାଲି ପ୍ରକଳ୍ପ ହସ୍ତାନ୍ତର ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ। ପ୍ରଶାସନ ପକ୍ଷରୁ ସମଙ୍ଗ ବଲ୍ଲଭ ପାର୍କିଂ, ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀମନ୍ଦିର ପରିକ୍ରମା ର୍ମାଗରେ ବିଶାଳ ସଭା ଆୟୋଜନ କରାଯାଇଛି।
ଅନ୍ୟପଟେ ଜାନୁଆରୀ ୧୬ ତାରିଖ ଦିନ ‘ଶ୍ରୀ ଜଗନ୍ନାଥ’ ବସର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ I ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଗଡ଼ିବା ୬୦ ଖଣ୍ଡ ବସ I ୧୭ ତାରିଖଦିନ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ଶ୍ରଦ୍ଧାଳୁମାନେ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଆସିପାରିବେ I ଏଥିପାଇଁ ଏଥିପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ସହ ହେଲିପ୍ୟାଡ୍ ମଧ୍ୟ ପ୍ରସ୍ତୁତ କରାଯାଇଛି । ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ୫୦ ପ୍ଲାଟୁନରୁ ଅଧିକ ଫୋର୍ସ ଓ ୩୦ରୁ ଅଧିକ ଅଫିସର ମୁତୟନ ହେବେ ।
ଅନ୍ୟପଟେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ସୁରକ୍ଷା ବଳୟ ଭିତରେ ରହିଛି ପୁରୀ ସହର । ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯିବ । ଭିଆଇପି ଓ ସାଧାରଣ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଭାବେ ବ୍ୟବସ୍ଥା କରାଯିବା ସହ ପୂରା ସହରକୁ ସିସିଟିଭି ଜଗିବ । ଭିଡ଼ ପାଇଁ ଟ୍ରାଫିକ ପରିଚାଳନା ଉପରେ ମଧ୍ୟ ସ୍ୱତନ୍ତ୍ର ଭାବେ ଧ୍ୟାନ ଦିଆଯିବ । ପ୍ରାୟ ୯ଟି କୋଠା ଉପରେ ପୋଲିସ ଫୋର୍ସ ବାଇନାକୁଲାର ଧରି ମୁତୟନ ରହିବେ । ଏହି ଟିମ୍ ସହରର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ନଜର ରଖିବେ । ସେହିପରି ସାଦା ପୋଷାକରେ ମଧ୍ୟ ପୋଲିସର ଗୁଇନ୍ଦା ଟିମ୍ ଜନଗହଳି ଅଂଚଳରେ ପଇଁତରା ମାରିବେ ।