ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ମାର୍ଗଶୀର ଶୁକ୍ଲ ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହମନାଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ । ଶ୍ରୀଜିଉମାନଙ୍କ ବନକ ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବ। ବନକଲାଗି ହେଉଛି ମହାପ୍ରଭୁଙ୍କର […] The post ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ appeared first on KNews Odisha.

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
banakalagi

ପୁରୀ : ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ମାର୍ଗଶୀର ଶୁକ୍ଲ ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହମନାଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।  ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ । ଶ୍ରୀଜିଉମାନଙ୍କ ବନକ ଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

The post ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ appeared first on KNews Odisha.