ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ

ପୁରୀ :  ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ […] The post ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ appeared first on KNews Odisha.

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ
banakalagi niti

ପୁରୀ :  ଆଜି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ । ବନକଲାଗି ପାଇଁ ଆଜି ଓ କାଲି ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ।

 

ଆହୁରି ପଢ଼ନ୍ତୁ : ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ

The post ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ appeared first on KNews Odisha.