ଆଜି ଶ୍ରୀମନ୍ଦିରରେ ଚିତାଲାଗି
ପୁରୀ,୪ା୮(ଅଜିତ୍ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ […] The post ଆଜି ଶ୍ରୀମନ୍ଦିରରେ ଚିତାଲାଗି appeared first on Dharitri Odia News.
ପୁରୀ,୪ା୮(ଅଜିତ୍ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।
ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ। ବାଡ଼ଗ୍ରାହୀ ଦଇତା ପତି ମହାପାତ୍ର ରତ୍ନସିଂହାସନ ଉପରେ ଉଦ୍ଧିଷ୍ଟ କାଠଘୋଡ଼ା ଉପରେ ଚଢି ପାଟରା ଦେଇଥିବା ପାଟଡ଼ୋରାରେ ଉକ୍ତ ଚିତାକୁ ବାନ୍ଧି ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ଲାଗି କରିବେ।
ଶ୍ରୀବଳଭଦ୍ରଙ୍କ ଶ୍ରୀମୁଖରେ ସବୁଜ ରଙ୍ଗର ପାନ୍ନାଚିତା, ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖରେ ଉଜ୍ୱଳ ବ୍ରହ୍ମଜ୍ୟୋତି ଖଚିତ ହୀରାଚିତା, ମା’ ସୁଭଦ୍ରାଙ୍କ ଶ୍ରୀମୁଖରେ ମାଣିକ୍ୟ ଖଚିତ ଚିତା ଲାଗି କରାଯିବ। ଦଇତାମାନେ ଚିତା ଲାଗି କରି ଗର୍ଭଗୃହରୁ ଆସିଲା ପରେ ପାଳିଆ ମେକାପ ରତ୍ନସିଂହାସନ ମାର୍ଜଣା କରିବେ। ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
The post ଆଜି ଶ୍ରୀମନ୍ଦିରରେ ଚିତାଲାଗି appeared first on Dharitri Odia News.