ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି: ଅପରାହ୍ନ ୨.୩୦ରୁ ସନ୍ଧ୍ୟା ୬ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ ପବିତ୍ର ଧନୁ ସଂକ୍ରାନ୍ତ ଅବସରରେ ଗତ ସୋମବାରଠାରୁ ଶ୍ରୀମନ୍ଦିରରେ […] The post ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି: ଅପରାହ୍ନ ୨.୩୦ରୁ ସନ୍ଧ୍ୟା ୬ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ appeared first on KNews Odisha.

ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି: ଅପରାହ୍ନ ୨.୩୦ରୁ ସନ୍ଧ୍ୟା ୬ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
puri

ପୁରୀ : ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନା ଅନୁସାରେ ପବିତ୍ର ଧନୁ ସଂକ୍ରାନ୍ତ ଅବସରରେ ଗତ ସୋମବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହୋଇ ମକର ସଂକ୍ରାନ୍ତି ପୂର୍ବଦିନ ଅର୍ଥାତ୍‌ ଜାନୁୟାରୀ ୧୩ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ । ପହିଲି ଭୋଗ ମାସରେ ଦୈନିକ ଦିବା ପହୁଡ଼ ଅନ୍ୟତମ ନୀତି ହୋଇଥିଲେ ହେଁ ପହିଲି ଭୋଗ ମାସରେ ଦର୍ଶନାର୍ଥୀଙ୍କ ଅତ୍ୟଧିକ ଭିଡ଼ ରହିବା ସହିତ ରତ୍ନଭଣ୍ଡାର ଗୃହ ମରାମତି କାର୍ଯ୍ୟ ପାଇଁ ସମୟ ଆବଶ୍ୟକ ।  ଦୈନିକ ଦିବା ପହୁଡ଼ କରାନଯାଇ କେବଳ ପରମ୍ପରାର ପ୍ରତୀକ ସ୍ଵରୂପ ପହିଲି ଭୋଗ ମାସରେ ଗୋଟିଏ ଦିନ ଦିବାପହୁଡ କରାଯିବାକୁ ଗତ ୧୦ ତାରିଖରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକ ନିଷ୍ପତି ହୋଇଥିଲା ।

The post ଆଜି ଶ୍ରୀମନ୍ଦିରରେ ଦିବା ପହୁଡ଼ ନୀତି: ଅପରାହ୍ନ ୨.୩୦ରୁ ସନ୍ଧ୍ୟା ୬ଟା ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ appeared first on KNews Odisha.