ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥିରେ ବନକଲାଗି ନୀତି ହେବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି […] The post ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ appeared first on KNews Odisha.

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ
banakalagi niti

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥିରେ ବନକଲାଗି ନୀତି ହେବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଶ୍ରଦ୍ଧାଳୁମାନେ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ । ବନକ ଲାଗି ନୀତି ସରିବା ପରେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।

 

The post ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ appeared first on KNews Odisha.