ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ […] The post ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଦତ୍ତମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ସେମାନେ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହମାନଙ୍କର ମହାସ୍ନାନ ନୀତି ସମ୍ପନ୍ନ ସହ ଅନ୍ୟାନ୍ୟ ନୀତି ବଢ଼ିବା ପରେ ଦର୍ଶନ ପୁନର୍ବାର ଆରମ୍ଭ ହୋଇଥାଏ।

The post ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ appeared first on Dharitri Odia News.