ଆଜି ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା […] The post ଆଜି ସର୍ବଦଳୀୟ ବୈଠକ appeared first on Dharitri Odia News.
ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଆସନ୍ତା ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ବାଚସ୍ପତିଙ୍କ ଚାମ୍ବରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା ବିଧାୟକ ଜୟନାରାୟଣ ମିଶ୍ର, ସିପିଆଇ (ଏମ୍) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ଯୋଗଦେବା ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସମସ୍ତ ସଦସ୍ୟଙ୍କୁ ଚିଠିଲେଖି ଅବଗତ କରାଯାଇଛି। ଆସନ୍ତା ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ବିରୋଧୀ ଦଳଙ୍କ ସହଯୋଗ ଲୋଡ଼ିବେ।
The post ଆଜି ସର୍ବଦଳୀୟ ବୈଠକ appeared first on Dharitri Odia News.