ଆଜି ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ

୧୦ ଗ୍ରାମ ପ୍ରତି ୭୩ ହଜାର ଟଙ୍କା ଅତିକ୍ରମ କରିଛି । ବିଶ୍ଵ ବଜାରରେ ଲାଗି ରହିଥିବା ଅସ୍ଥିରତାର ପ୍ରଭାଵରୁ ବଢ଼ି ଚାଲିଛି ସୁନା ଦର। ଅନ୍ୟ ପଟେ ଡଲାରା ତୁଳନାରେ ଟଙ୍କାର ବିନିମୟ ମୂଲ୍ୟରେ ହ୍ରାସ ହୋଇଥିବାରୁ ଦର ବୃଦ୍ଧି ପାଉଥିବା କୁହାଯାଉଛି। ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୪୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର […] The post ଆଜି ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ appeared first on KNews Odisha.

ଆଜି ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ
gold

୧୦ ଗ୍ରାମ ପ୍ରତି ୭୩ ହଜାର ଟଙ୍କା ଅତିକ୍ରମ କରିଛି । ବିଶ୍ଵ ବଜାରରେ ଲାଗି ରହିଥିବା ଅସ୍ଥିରତାର ପ୍ରଭାଵରୁ ବଢ଼ି ଚାଲିଛି ସୁନା ଦର। ଅନ୍ୟ ପଟେ ଡଲାରା ତୁଳନାରେ ଟଙ୍କାର ବିନିମୟ ମୂଲ୍ୟରେ ହ୍ରାସ ହୋଇଥିବାରୁ ଦର ବୃଦ୍ଧି ପାଉଥିବା କୁହାଯାଉଛି। ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୫୪୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୪୯୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୪୯୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୫୪୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୪୯୦ଟଙ୍କା ଓ ୭୨,୫୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୬୪୦ ଟଙ୍କା ଓ ୭୨,୬୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୭୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୯୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୪୯୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୫ ହଜାର ୪୦୦ ଟଙ୍କା ହୋଇଛି । ଗତ ୬ ମାସରେ ଏହା ୧୩ ହଜାର ଟଙ୍କାରୁ ଅଧିକ ମହଙ୍ଗା ହୋଇଗଲାଣି ।

The post ଆଜି ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ appeared first on KNews Odisha.