ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି

ଭୁବନେଶ୍ୱର, ୨୯ା୧୧(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଆସିବେ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି ସମ୍ମିଳନୀ ସହ ବିଭିନ୍ନ ଦିନରେ ଦଳୀୟ ତଥା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ଓ ଏହା ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚତ୍ବେ। ତେଣୁ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଗାଡି ଚଳାଚଳରେ […] The post ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି appeared first on Dharitri Odia News.

ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି

ଭୁବନେଶ୍ୱର, ୨୯ା୧୧(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଆସିବେ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି ସମ୍ମିଳନୀ ସହ ବିଭିନ୍ନ ଦିନରେ ଦଳୀୟ ତଥା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ଅପରାହ୍ନ ୪ଟା ୨୦ରେ ପ୍ରଧାନମନ୍ତ୍ରୀ ଓ ଏହା ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚତ୍ବେ। ତେଣୁ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଗାଡି ଚଳାଚଳରେ କଟକଣା ଲାଗୁ କରାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଥିବା ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଅଧାଦିନ ଛୁଟି ରହିବ। ଶୁକ୍ରବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟି କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲା ଶିକ୍ଷାଧିକାରୀ ଓ ଭୁବନେଶ୍ୱର ବ୍ଲକ ଶିକ୍ଷାଧିକାରୀଙ୍କୁ ଅବଗତ କରାଯାଇଛି।

The post ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି appeared first on Dharitri Odia News.