ଆଜି ହେରାପଞ୍ଚମୀ
ପୁରୀ,୧୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଗୁରୁବାର ଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହେବ। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି […] The post ଆଜି ହେରାପଞ୍ଚମୀ appeared first on Dharitri Odia News.
ପୁରୀ,୧୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଗୁରୁବାର ଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ସମ୍ପନ୍ନ ହେବ। ଏଥିଲାଗି ଶ୍ରୀମନ୍ଦିର ଏବଂ ଶ୍ରୀଗୁଣ୍ଡିଚା ମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହେବ। ରୁକ୍ମିଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହିତ ମା’ ମହାଲକ୍ଷ୍ମୀ ବା ଶ୍ରୀଦେବୀଙ୍କ ବିବାହ ସମ୍ପନ୍ନ ହୋଇଥିଲା। ବିବାହ ପରେ ଗଇଁଠାଳ ଫିଟି ନ ଥିବା ବେଳେ ମହାପ୍ରଭୁ ଶ୍ରୀମନ୍ଦିର ସ୍ନାନମଣ୍ଡପରେ ୧୦୮ ଗରା ସୁବାସିିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହେଲେ। ଅଣସର ଘରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଭଉଣୀ, ଭାଇଙ୍କୁ ସାଥିରେ ନେଇ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଆଡ଼ପ ମଣ୍ଡପ ବା ଜନ୍ମବେଦିରେ ଅବସ୍ଥାନ କରିଛନ୍ତି। ମହାପ୍ରଭୁ ନବବିବାହିତା ମା’ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନେଇ ନ ଥିବାରୁ ସେ ଅଭିମାନ କରିବେ। ମହାପ୍ରଭୁଙ୍କୁ ଫେରାଇ ଆଣିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ବିଜେ କରିବେ। ମହାପ୍ରଭୁ ଠାକୁରାଣୀଙ୍କୁ ଦର୍ଶନ ଦେବେ, କିନ୍ତୁ ତାଙ୍କ ସହ ଶ୍ରୀମନ୍ଦିରକୁ ଫେରିବେ ନାହିଁ। ଗୁରୁବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ଆଳତି ପରେ ଶ୍ରୀମନ୍ଦିରରେ ମହାଲକ୍ଷ୍ମୀଙ୍କ ବିଶେଷ ନୀତି ଅନୁଷ୍ଠିତ ହେବ। ପରେ ମହାଲକ୍ଷ୍ମୀ ବଡ଼ଦାଣ୍ଡ ଦେଇ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବିଜେ କରିବେ। ଏହାପୂର୍ବରୁ ନନ୍ଦିଘୋଷ ରଥ ନିକଟରେ ବନ୍ଦାପନା ନୀତି ଅନୁଷ୍ଠିତ ହେବ। ଲକ୍ଷ୍ମୀ ଠାକୁରାଣୀ ଅଭିମାନରେ ନନ୍ଦିଘୋଷ ରଥ ଭାଙ୍ଗିବେ। ପରେ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ସାରି ନାକଚଣା ଦ୍ୱାର ଦେଇ ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ। ନାକଚଣା ଦ୍ୱାର ପାଖରେ ତାଙ୍କୁ ଭିତରଛ ସେବକ ବନ୍ଦାପନା ସହ ଦହିପଟି ମଣୋହୀ କରିବେ। ମହାଲକ୍ଷ୍ମୀ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ିବେ।
The post ଆଜି ହେରାପଞ୍ଚମୀ appeared first on Dharitri Odia News.