ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି
ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଆଦି ରହିଛି। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। […] The post ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି appeared first on Dharitri Odia News.
ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଆଦି ରହିଛି। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ମଧ୍ୟ ୯ ଜିଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
The post ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି appeared first on Dharitri Odia News.