ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୩୨ ସହର, ୪୪.୬ ଡିଗ୍ରୀ ସହ ଅନୁଗୁଳ ଉତ୍ତପ୍ତ ସହର
ଭୁବନେଶ୍ବର : ଗତ କିଛି ଦିନ ହେବ ରାଜ୍ୟବାସୀଙ୍କୁ କଲବଲ କରୁଥିବା ଗ୍ରୀଷ୍ମପ୍ରବାହ ଆଜିଠୁ ଅସମ୍ଭାଳ ହୋଇଛି। ସ୍ଥିତି ଯାହା ଥିଲା, ତାହାଠୁ ଆହୁରି ବିଗିଡ଼ିଛି। ଟାଣ ଖରା କଲବଲ କରିବା ସହ ଝାଞ୍ଜିମାଡ଼ରେ ଶରୀର ଝାଇଁଝାଇଁ ହୋଇଯାଉଛି। ଏପରି ସ୍ଥିତି ଆହୁରି ୫ ଦିନ ରହିବ ବୋଲି ମଧ୍ୟ ପାଣିପାଗ ବିଭାଗ କହିସାରିଛି। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସକାଳ ୧୧ରୁ ଅପରାହ୍ନ ୩ଟା ଭିତରେ ଘରୁ ବାହାରିଲେ […]

ଭୁବନେଶ୍ବର : ଗତ କିଛି ଦିନ ହେବ ରାଜ୍ୟବାସୀଙ୍କୁ କଲବଲ କରୁଥିବା ଗ୍ରୀଷ୍ମପ୍ରବାହ ଆଜିଠୁ ଅସମ୍ଭାଳ ହୋଇଛି। ସ୍ଥିତି ଯାହା ଥିଲା, ତାହାଠୁ ଆହୁରି ବିଗିଡ଼ିଛି। ଟାଣ ଖରା କଲବଲ କରିବା ସହ ଝାଞ୍ଜିମାଡ଼ରେ ଶରୀର ଝାଇଁଝାଇଁ ହୋଇଯାଉଛି। ଏପରି ସ୍ଥିତି ଆହୁରି ୫ ଦିନ ରହିବ ବୋଲି ମଧ୍ୟ ପାଣିପାଗ ବିଭାଗ କହିସାରିଛି। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସକାଳ ୧୧ରୁ ଅପରାହ୍ନ ୩ଟା ଭିତରେ ଘରୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।
ଆଗାମୀ #48ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି #2ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା, ପ୍ରଭାବରେ ଆଗାମୀ 4 ରୁ #5ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଉଷ୍ମ ପାଣିପାଗ ସ୍ତିତି ଜାରିରହିବା ସହ କିଛି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମପ୍ରବାହ ରୁ ଗ୍ରୀଷ୍ମ ପ୍ରବାହ ସ୍ତିତି ଲାଗିରହିବାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) April 26, 2024
ଏହାରି ମଧ୍ୟରେ ଆଜି ରାଜ୍ୟର ୩୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ସେହିପରି ୧୨ ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଛି। ୪୪.୬ ଡିଗ୍ରୀ ତାପମାତ୍ରା ସହ ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ରହିଥିବା ବେଳେ ବୌଦ୍ଧରେ ୪୪.୫, ନୂଆପଡା ଏବଂ ବଲାଙ୍ଗୀରରେ ୪୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
44.6°C ସହ #ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର#ବୌଦ୍ଧ ରେ 44.5°C, #ନୂଆପଡା ଏବଂ #ବଲାଙ୍ଗୀର ରେ 44°C ତାପମାତ୍ରା ରେକର୍ଡ#12ସହର ରେ 43°C ଅତିକ୍ରମ କଲା ଦିନ ତାପମାତ୍ରା#32ସହରରେ 40°C କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ pic.twitter.com/9frGMCafM1
— Meteorological Centre, Bhubaneswar (@mcbbsr) April 26, 2024
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
— Meteorological Centre, Bhubaneswar (@mcbbsr) April 26, 2024
ସେହିପରି ରବିବାର କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିରେ ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଓ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
#Weather briefing (In #Odia) by Scientist-D: Umasankar Das , based on 0830 Hrs IST observation of #26th April,2024.https://t.co/rMnBt7WRb4
— Meteorological Centre, Bhubaneswar (@mcbbsr) April 26, 2024
ସେପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ, ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାରେ ୪୫ କିମ୍ବା ତାଠୁ ଅଧିକ ତାପମାତ୍ରା ରେକର୍ଡ ହେବା ର ସମ୍ଭାବନା ରହିଛି। ଦିନ ୧୧ ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଆଗାମୀ ୨ ଦିନ ପାଇଁ ଦକ୍ଷିଣ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। କୋରାପୁଟ , ମାଲକାନଗିରି, ଗଞ୍ଜାମ , ଗଜପତି, ଖୋର୍ଦ୍ଧା ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହିତ ହେଉଛି ଯାହା ଫଳରେ ଗରମ ବଢୁଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।