ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ...
ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା
ପାଇଁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଏପଟେ ହୀରାକୁଦ ଡ୍ୟାମରୁ ପାଣି ଛାଡ଼ିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳିରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ ଲକ୍ଷ ୭୦ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ମୁଣ୍ଡଳିରେ ପହଞ୍ଚିଛି। ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢିଛି।
ଗତକାଲି ରାତିରୁ ମୁଣ୍ଡଳିରେ ବନ୍ୟାଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ନଦୀ କୂଳିଆ ଲୋକଙ୍କ ଚିନ୍ତି ବଢ଼ିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।ମହାନଦୀ ଭିତରକୁ ଲୋକ ପ୍ରବେଶ ନକରିବା ସହ ଗୋରୁଗାଈ ଆଦି ଗୃହପାଳିତ ପଶୁଙ୍କୁ ଛାଡ଼ିବା ଉପରେ ବାରଣ କରାଯାଇଛି।
ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା, ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର ।
#ଆଜି_୫_ଜିଲ୍ଲାରେ_ପ୍ରବଳ_ବର୍ଷା !
ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। #Weather #HeavyRain #Odisha #OTV pic.twitter.com/mAAZiX37bG — ଓଟିଭି (@otvkhabar) July 30, 2024