ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର […] The post ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ appeared first on Dharitri Odia News.

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ବନକଲାଗି ନୀତି ଅନୁଷ୍ଠିତ ହେବ। ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କୁ ବନକଲାଗି କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ଏହି ନୀତି କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

The post ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ appeared first on Dharitri Odia News.