ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ
ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେଉ ନ ଥିବା ବେଳେ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ସୋମବାର ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୬ ଜିଲାରେ […] The post ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ appeared first on Dharitri Odia News.
ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେଉ ନ ଥିବା ବେଳେ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ସୋମବାର ଉତ୍ତର ତଥା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ୬ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲାଗୁଡିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ ଓ ସୋନପୁର ଆଦି ରହିଛି। ସେହିଭଳି ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଆଦି ୧୧ ଜିଲାରେ କୋହଲା ପାଗ ସାଙ୍ଗକୁ ବର୍ଷା ହୋଇପାରେ। ଏହା ପରେ ୧୦ରୁ ୧୨ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାକୁ ଥିବାବେଳେ ପୁଣି ରାତିର ତାପମାତ୍ରା ୩ ଡିଗ୍ରୀ ହ୍ରାସ ପାଇବ। ଏହା ସହିତ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। ରବିବାର ଗଞ୍ଜାମ, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ କୁହୁଡି ଦୃଶ୍ୟମାନ ହେବା ନେଇ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ ସୂଚନା ଦେଇଛନ୍ତି।
The post ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ appeared first on Dharitri Odia News.