ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ରବିବାର ରାଜ୍ୟର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବାବେଳେ […] The post ଆଜି ୭ ଜିଲାରେ ପ୍ରବଳ ବର୍ଷା appeared first on Dharitri Odia News.

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୭(ଅନୁରାଧା ମହାରଣା)ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶନିବାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ତାଳଚେରରେ ୪୩.୦ ମି.ମି., ବୌଦ୍ଧରେ ୩୧.୦ ଓ ନୟାଗଡ଼ରେ ୩୦.୦ ମିମି ବର୍ଷା ହୋଇଛି। ଏହା ବ୍ୟତୀତ ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ରବିବାର ରାଜ୍ୟର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବାବେଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲାରେ ପ୍ରବଳ ବର୍ଷା ହେବ। ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ଏସବୁ ଜିଲା ସହ ସୁନ୍ଦରଗଡ଼, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ୧୦ ଓ ୧୧ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।

The post ଆଜି ୭ ଜିଲାରେ ପ୍ରବଳ ବର୍ଷା appeared first on Dharitri Odia News.