ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋ‌ଇ ୧୧ଟା ୩୦ମିନିଟରେ ସରିବ । କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ମିଳିବ ଓ ଗଣିତ ପରୀକ୍ଷା ୧୧ଟା ୪୫ ମିନିଟରେ ସରିବ । ୩୦୨୯ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଦେଉଛନ୍ତି ଛାତ୍ରଛାତ୍ରୀ । ଏହି ଅବସରରେ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । […]

ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋ‌ଇ ୧୧ଟା ୩୦ମିନିଟରେ ସରିବ । କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ମିଳିବ ଓ ଗଣିତ ପରୀକ୍ଷା ୧୧ଟା ୪୫ ମିନିଟରେ ସରିବ । ୩୦୨୯ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଦେଉଛନ୍ତି ଛାତ୍ରଛାତ୍ରୀ । ଏହି ଅବସରରେ ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ମୁଖ୍ୟମନ୍ତ୍ରୀ ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।
ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ୨୦୨୫ ଅବସରରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସ ହ୍ୟାଣ୍ଡେଲ୍‌ରେ ଟ୍ୱିଟ୍‌ କରି ଲେଖିଛନ୍ତି, ‘ରାଜ୍ୟ ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୫ ହାଇସ୍କୁଲ୍ ସାର୍ଟିଫିକେଟ ପରୀକ୍ଷା ଏବଂ ମଧ୍ୟମା ପରୀକ୍ଷା ଚଳିତ ବର୍ଷ ଫେବୃଆରୀ ୨୧ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ତେଣୁ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ । ଛାତ୍ରଛାତ୍ରୀ ପରୀକ୍ଷାରେ କିଭଳି ଉତ୍ତମ ପ୍ରଦର୍ଶନ କରିବେ ସେଥିପ୍ରତି ଯତ୍ନବାନ ହେବା ଜରୁରୀ । ଶାନ୍ତିପୂର୍ଣ୍ଣ ତଥା ତ୍ରୁଟିଶୂନ୍ୟ ପରୀକ୍ଷା ପରିଚାଳନା ପାଇଁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ ଓ ଜନସାଧାରଣଙ୍କ ସହଯୋଗ କାମନା କରୁଛି । ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି ।’

ଆଜି ପ୍ରଥମ ଦିନରେ ରାଜ୍ୟର ୫ଲକ୍ଷ ୧୨ହଜାର ଛାତ୍ରଛାତ୍ରୀ ମାତୃଭାଷାରେ ପରୀକ୍ଷା ଦେଉଛନ୍ତି । ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସ୍ବତନ୍ତ୍ର କଣ୍ଟ୍ରୋଲ ରୁମରୁ ମନିଟର କରାଯାଉଛି । କପି ରୋକିବା ପାଇଁ ସିସିଟିଭି ଲଗାଯାଇଛି । ପରୀକ୍ଷାରେ ଯେମିତି କୌଣସି ଅନିୟମିତତା ନହେବ ସେଥିପାଇଁ ଫ୍ଲାଇଙ୍ଗ ସ୍କାର୍ଡ, ସେଣ୍ଟ୍ରାଲ ଅବଜରଭର, ଜିଲ୍ଳା ସ୍ତର ଅବଜରଭରମାନଙ୍କୁ ନିୟୋଜିତ କରାଯାଇଛି ।