ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୮(ଅନିଲ ଦାସ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ। ଏହି ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଉପବାଚସ୍ପତି ନିର୍ବାଚନ ସହିତ ରାଜ୍ୟ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ଏଥିସହିତ ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା […] The post ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ appeared first on Dharitri Odia News.

ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୮(ଅନିଲ ଦାସ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ। ଏହି ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ଅଧିବେଶନରେ ଉପବାଚସ୍ପତି ନିର୍ବାଚନ ସହିତ ରାଜ୍ୟ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିଲେ। ଏଥିସହିତ ଏଏସ୍‌ଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିଲେ। ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢିବା

ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ। ରାଜ୍ୟ ସରକାର ଅଗ୍ନୀବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ଗୃହ ବାହାରେ ଘୋଷଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ କଂଗ୍ରେସର ସ୍ବାଧିକାର ଭଙ୍ଗ ନୋଟିସ ପ୍ରସଙ୍ଗକୁ ନେଇ ବିରୋଧୀ ଗୃହରେ ହୋ ହଲ୍ଲା କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ସରଗରମ ହେବ ବୋଲି ଅନୁମାନ କରାଯାଇଛି।

The post ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ appeared first on Dharitri Odia News.