ଆଜିଠାରୁ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଅତିଥି ତାଲିକାରେ ସଂଶୋଧନ ପରେ ବି ବିରୋଧୀ ନଛୋଡବନ୍ଦା
କନକ ବ୍ୟୁରୋ: ଆଜିଠାରୁ ବିଧାନସଭାର ନୂଆ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ । ଦୁଇଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଦେଖାଦେଇଛି ବିବାଦ। ଦଳୀୟ ଭିତ୍ତିରେ କାର୍ଯ୍ୟକ୍ରମ ହେଉଥିବାର ଅଭିଯୋଗ ଆଣି ଉଭୟ ବିଜେଡି ଓ କଂଗ୍ରେସ ଏହାର ବର୍ଜନ କରିଛନ୍ତି । ଦୁଇ ବିରୋଧୀ ଦଳର ବର୍ଜନ ପରେ ଏବେ ବିଜେପିର ବିଧାୟକଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଚାଲିବା ଏକପ୍ରକାର ନିଶ୍ଚିତ ହୋଇଛି। ପ୍ରଥମ ଦିନ ତଥା ଉଦଘାଟନୀ ଦିବସରେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ଓ […] The post ଆଜିଠାରୁ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଅତିଥି ତାଲିକାରେ ସଂଶୋଧନ ପରେ ବି ବିରୋଧୀ ନଛୋଡବନ୍ଦା first appeared on Kanak News.

କନକ ବ୍ୟୁରୋ: ଆଜିଠାରୁ ବିଧାନସଭାର ନୂଆ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ । ଦୁଇଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଦେଖାଦେଇଛି ବିବାଦ। ଦଳୀୟ ଭିତ୍ତିରେ କାର୍ଯ୍ୟକ୍ରମ ହେଉଥିବାର ଅଭିଯୋଗ ଆଣି ଉଭୟ ବିଜେଡି ଓ କଂଗ୍ରେସ ଏହାର ବର୍ଜନ କରିଛନ୍ତି । ଦୁଇ ବିରୋଧୀ ଦଳର ବର୍ଜନ ପରେ ଏବେ ବିଜେପିର ବିଧାୟକଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଚାଲିବା ଏକପ୍ରକାର ନିଶ୍ଚିତ ହୋଇଛି। ପ୍ରଥମ ଦିନ ତଥା ଉଦଘାଟନୀ ଦିବସରେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପର ମନ୍ତ୍ରୀ କିରଣ ରିଜିଜୁ ସାମିଲ ହେବା ନେଇ କାର୍ଯ୍ୟ ସ୍ଥିର ହୋଇଥିଲା। ଯାହା ପରେ ପୂରା କାର୍ଯ୍ୟକ୍ରମକୁ ବୟକଟ କରିବାକୁ ନିଷ୍ପତ୍ତି ନେଇଥିଲା ବିଜେଡି। ତେବେ ସଂଶୋଧନ ପରେ ଅତିଥି ତାଲିକାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜେପି ନଡ୍ଡାଙ୍କୁ ବାଦ୍ ଦିଆଯାଇଥିଲା। ଏହାସତ୍ତ୍ୱେ ମଧ୍ୟ ପ୍ରଶିକ୍ଷଣ ଶିବିରରୁ ନିଜକୁ ଦୂରେଇ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ବିରୋଧୀ। ଅନ୍ୟପଟେ ଶାସକ ଦଳ ବିଧାୟକଙ୍କ ଯୁକ୍ତି, ଏହା କୌଣସି ରାଜନୈତିକ କିମ୍ବା ଦଳୀୟ କାର୍ଯ୍ୟକ୍ରମ ନୁହେଁ।
The post ଆଜିଠାରୁ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ । ଅତିଥି ତାଲିକାରେ ସଂଶୋଧନ ପରେ ବି ବିରୋଧୀ ନଛୋଡବନ୍ଦା first appeared on Kanak News.