ଆଜିଠୁ ବର୍ଷା ପ୍ରଭାବ କମିବ
ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳ ସାଢ଼େ ୫ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡର ପାଖାପାଖି ଅଞ୍ଚଳରେ […] The post ଆଜିଠୁ ବର୍ଷା ପ୍ରଭାବ କମିବ appeared first on Dharitri Odia News.
ଭୁବନେଶ୍ୱର, ୩ା୮(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗୁରୁବାର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳ ସାଢ଼େ ୫ଟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡର ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ଲମ୍ବିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୁକ୍ରବାର ପଶ୍ଚିମ ଓଡ଼ିଶାର କିଛି ଜିଲାରେ ବର୍ଷା ହୋଇଥିବା ଜଣାପଡ଼ିଛି। ଟିଟିଲାଗଡ଼ରେ ସର୍ବାଧିକ ୧୪.୨ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ମାଲକାନଗିରିରେ ୧୦.୮, ରାଉରକେଲାରେ ୭, ନବରଙ୍ଗପୁରରେ ୪, କେନ୍ଦୁଝରଗଡ଼ରେ ୩.୨ମି.ମି. ବର୍ଷା ହୋଇଛି। ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ରହିଥିବାରୁ ଏବଂ ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆହୁରି ଦୂରେଇ ଯାଉଥିବାରୁ ଶନିବାରଠାରୁ ବର୍ଷାର ପ୍ରଭାବ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
The post ଆଜିଠୁ ବର୍ଷା ପ୍ରଭାବ କମିବ appeared first on Dharitri Odia News.