ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ର: ସମସ୍ତଙ୍କୁ ଏକଜୁଟ ହେବାକୁ…
ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏହି ପରିପେଖିରେ ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ଭୁବନେଶର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିବେ । ସମସ୍ତଙ୍କୁ ଏକଜୁଟ ହୋଇ ଦଳପାଇଁ କାମ କରିବାକୁ ନବୀନଙ୍କ ଆହ୍ବାନ ଦେଇଛନ୍ତି। ପଦଯାତ୍ରା […] The post ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ର: ସମସ୍ତଙ୍କୁ ଏକଜୁଟ ହେବାକୁ… appeared first on Dharitri Odia News.
ଭୁବନେଶ୍ୱର,୨।୧୦: ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ରା। ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ଦଳୀୟ କାର୍ଯ୍ୟକ୍ରମ କରିବ ବିଜେଡି। ବୁଧବାର ଦଳ ପକ୍ଷରୁ ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହେବ।
ଏହି ପରିପେଖିରେ ବିଜୁ ଜନତା ଦଳର ସୁପ୍ରିମୋ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ଭୁବନେଶର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଏହାର ଶୁଭାରମ୍ଭ କରିବେ । ସମସ୍ତଙ୍କୁ ଏକଜୁଟ ହୋଇ ଦଳପାଇଁ କାମ କରିବାକୁ ନବୀନଙ୍କ ଆହ୍ବାନ ଦେଇଛନ୍ତି। ପଦଯାତ୍ରା ସହ ସଭ୍ୟ ସଂଗ୍ରହ ଅଭିଯାନରେ ସକ୍ରିୟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷେ ବିଜୁ ଜନତା ଦଳର ସଦସ୍ୟତା ସଂଗ୍ରହ ଅଭିଯାନ ଆସନ୍ତା ଅକ୍ଟୋବର ୯ ତାରିଖରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ଆଗାମୀ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ନିମନ୍ତେ ଏକ ମତାମତ ସଂଗ୍ରହ କାର୍ଯ୍ୟକ୍ରମ ଓ ପ୍ରସ୍ତୁତି ବୈଠକ ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଜୁ ଛାତ୍ର ଜନତା ଦଳର ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲା ସଭାପତିଙ୍କ ସମେତ ସମସ୍ତ ଜିଲାର ଛାତ୍ର ନେତୃତ୍ୱ ଯୋଗ ଦେଇଥିଲେ।
ଏହି ଅବସରରେ ଦଳର କର୍ମକର୍ତ୍ତା ମତାମତ ଦେବା ସହ କିପରି ଭାବେ ସୁଚାରୁ ରୂପେ ପ୍ରତି କ୍ୟାମ୍ପସରେ ସଦସ୍ୟତା ସଂଗ୍ରହ ଅଭିଯାନକୁ ବ୍ୟାପକ ଭାବେ ସଫଳତାର ସହ ସମାପନ କରାଯାଇପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ। ସମସ୍ତ କ୍ୟାମ୍ପସ ସ୍ତରରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ପ୍ରତି କଲେଜରେ କିପରି ବ୍ୟାପକ ଭାବେ ସଦସ୍ୟତା ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ସେଥିପ୍ରତି ବିଜୁ ଛାତ୍ର ଜନତା ଦଳ ପଦକ୍ଷେପ ଗ୍ରହଣ କରିବ।
ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି କହିଛନ୍ତି, ବିଜୁ ଜନତା ଦଳରେ କିପରି ଅଧିକରୁ ଅଧିକ ସଦସ୍ୟ ଯୋଗଦାନ କରିବେ ସେଥିପାଇଁ ସମସ୍ତ କର୍ମୀ ବଦ୍ଧପରିକର। ଏଥିସହ ସମସ୍ତ କଲେଜରେ କ୍ୟାମ୍ପସ କମିଟି କର୍ମକର୍ତ୍ତାଙ୍କୁ ଦାୟିତ୍ୱ ଦେବା ସହ ସମସ୍ତ କଲେଜର କନ୍ଭେନରମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ।
The post ଆଜିଠୁ ବିଜେଡି କରିବ ଜନସମ୍ପର୍କ ପଦଯାତ୍ର: ସମସ୍ତଙ୍କୁ ଏକଜୁଟ ହେବାକୁ… appeared first on Dharitri Odia News.