ଆଜିଠୁ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର : ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଯାହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ପ୍ରତିବର୍ଷ ମାର୍ଚ୍ଚ […]

ଆଜିଠୁ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର : ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଯାହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ପ୍ରତିବର୍ଷ ମାର୍ଚ୍ଚ ୫ରେ ପାଳନ ହୋଇ ଆସୁଥିବା ପଞ୍ଚାୟତିରାଜ ଦିବସ ଚଳିତ ବର୍ଷ ବନ୍ଦ କରାଯିବା ଘଟଣାକୁ ନେଇ ସରକାରଙ୍କୁ ବିଜେଡି ଘେରିବାର ସମ୍ଭାବନା ରହିଛି। କଂଗ୍ରେସ ମଧ୍ୟ ଆଇନଶୃଙ୍ଖଳା, ଏସଆଇ ପରୀକ୍ଷା ପରିଚାଳନା ଦାୟିତ୍ବ ପ୍ରଦାନରେ ଦୁର୍ନୀତିକୁ ପ୍ରସଙ୍ଗ କରିପାରେ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଫେବୃଆରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଚାଲିଥିଲା।