ଆଜିଠୁ ଯୋରନ୍ଦା ମେଳା, ସଜେଇ ହେଲାଣି ମହିମା ଗାଦୀ ପୀଠ
ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି ।
ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ମହିମାଗାଦୀ ପୀଠ। ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି ।
ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ। ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହିତ ଟ୍ରାଫିକ୍ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।