ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ…
ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହେଉଥିବା ବେଳେ ଆଜିଠାରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। ଜାଣନ୍ତୁ କେଉଁଠି ମିଳିବ ଫର୍ମ: ଜିଲାର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ’ ସେବା […] The post ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ… appeared first on Dharitri Odia News.
ଭୁବନେଶ୍ୱର,୧ା୯: ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି ହୋଇସାରିଛି। ସମସ୍ତ ଜିଲାରେ ହିତାଧିକାରୀଙ୍କ ନିମନ୍ତେ ଫର୍ମ ଉପଲବ୍ଧ ହେଉଥିବା ବେଳେ ଆଜିଠାରୁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ।
ଜାଣନ୍ତୁ କେଉଁଠି ମିଳିବ ଫର୍ମ:
ଜିଲାର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ’ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ। ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ’ ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରରେ ଦାଖଲ କରିପାରିବେ। ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି।
ଜାଣନ୍ତୁ ଆବେଦନ ପାଇଁ କ’ଣ ଦରକାର?
‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାଁରେ ଆଧାର କାର୍ଡ କିମ୍ବା ନମ୍ବର ଥିବା ଏକାନ୍ତ ଆବଶ୍ୟକ। ଏହା ସହ ଆଧାର କାର୍ଡ ସହିତ ନିଜର କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ସଂଯୋଗ ହୋଇଥିବା ଜରୁରୀ। ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍ ହୋଇଥିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଯଦି କାହାର ଆଧାରକାର୍ଡ ନାହିଁ ତେବେ ନୂଆ ଆଧାରକାର୍ଡ କରିବାକୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୫ ବର୍ଷରେ ମୋଟ୍ ୫୦ ହଜାର ଟଙ୍କା ପାଇବେ। ସେପ୍ଟେମ୍ବର ୧୭ରେ ଏହି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷକୁ ଦୁଇଥର ସୁଭଦ୍ରା ଯୋଜନାର କିସ୍ତି ଟଙ୍କା ମିଳିବ। ମାର୍ଚ୍ଚ ୮ରେ ଆନ୍ତର୍ଜାତିକ ମହିଳା ଦିବସ ଓ ରାଖୀପୂର୍ଣ୍ଣିମାରେ ୫ ହଜାର ଲେଖାଏ କିସ୍ତି ଟଙ୍କା ମିଳିବ। ଚଳିତବର୍ଷ ରାଖୀ ପୂର୍ଣ୍ଣିମା ସରି ଯାଇଥିବାରୁ ସେପ୍ଟେମ୍ବର ୧୭ରେ ଯୋଜନାର ଉଦ୍ଘାଟନ ଦିନ ପ୍ରଥମ କିସ୍ତି ଟଙ୍କା ମିଳିବ। ରାଜ୍ୟରେ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
The post ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ, ଏହି ସ୍ଥାନରେ ମିଳିବ ଫର୍ମ, ଜାଣନ୍ତୁ ଆବେଦନର ନିୟମ… appeared first on Dharitri Odia News.