ଆଜିର ପେଟ୍ରୋଲ ଦର, ତେଲ ଭରିବା ପୂର୍ବରୁ ଜାଣନ୍ତୁ ରେଟ୍
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା […] The post ଆଜିର ପେଟ୍ରୋଲ ଦର, ତେଲ ଭରିବା ପୂର୍ବରୁ ଜାଣନ୍ତୁ ରେଟ୍ appeared first on KNews Odisha.

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୨୭ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
The post ଆଜିର ପେଟ୍ରୋଲ ଦର, ତେଲ ଭରିବା ପୂର୍ବରୁ ଜାଣନ୍ତୁ ରେଟ୍ appeared first on KNews Odisha.