ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ଗତକାଲି ହେରାପଞ୍ଚମୀ ନୀତି ପରେ ପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ତିନି ରଥ ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିରେ ଲାଗିବ।
ଜନ୍ମବେଦୀରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଏବେ ବାହୁଡ଼ିବାର ବେଳ। ଗତକାଲି ହେରାପଞ୍ଚମୀ ନୀତି ପରେ ପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ତିନି ରଥ ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିରେ ଲାଗିବ। ଏହି ଅବସରରେ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ମଙ୍ଗଳ ଆଳତୀ ପରେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।