ଆତ୍ମସମର୍ପଣ କଲେ ୨୪ ମାଓବାଦୀ, ସମସ୍ତଙ୍କ ନାମରେ ହୋଇଥିଲା ପୁରସ୍କାର ରାଶି ଘୋଷଣା
ମାଲକାନଗିରି,୨୪ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ ଯବାନମାନଙ୍କ ମାଓବିରୋଧୀ ଅପରେଶନ, ବିଭିନ୍ନ ସ୍ଥାନରେ ଯବାନଙ୍କ କ୍ୟାମ୍ପ ସ୍ଥାପନକୁ ଭୟ ଓ ସରକାରଙ୍କ […] The post ଆତ୍ମସମର୍ପଣ କଲେ ୨୪ ମାଓବାଦୀ, ସମସ୍ତଙ୍କ ନାମରେ ହୋଇଥିଲା ପୁରସ୍କାର ରାଶି ଘୋଷଣା appeared first on Dharitri Odia News.
ମାଲକାନଗିରି,୨୪ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ ଯବାନମାନଙ୍କ ମାଓବିରୋଧୀ ଅପରେଶନ, ବିଭିନ୍ନ ସ୍ଥାନରେ ଯବାନଙ୍କ କ୍ୟାମ୍ପ ସ୍ଥାପନକୁ ଭୟ ଓ ସରକାରଙ୍କ ବିଭିନ୍ନ ଯୋଜନା ଦ୍ବାରା ଆକୃଷ୍ଟ ହୋଇ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କୁ ସରକାରଙ୍କ ସମସ୍ତ ସୁବିଧା ମିଳିବା ସହ ସମସ୍ତଙ୍କୁ ୫୦ ହଜାର ଟଙ୍କା ଦିଆହୋଇଛି। ତେବେ ଅନ୍ୟ ମାଓବାଦୀମାନଙ୍କୁ ମଧ୍ୟ ମ୍ୟୁସ୍ରୋତରେ ସାମିଲ ହେବା ପାଇଁ ପୋଲିସ ପକ୍ଷରୁ ଆହ୍ବାନ କରାଯାଇଛି।
The post ଆତ୍ମସମର୍ପଣ କଲେ ୨୪ ମାଓବାଦୀ, ସମସ୍ତଙ୍କ ନାମରେ ହୋଇଥିଲା ପୁରସ୍କାର ରାଶି ଘୋଷଣା appeared first on Dharitri Odia News.