‘ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ’
ଲୋକେ ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ଆଜି ରାଜ୍ୟବାସୀଙ୍କୁ କିଛି ଏଭଳି ବାର୍ତ୍ତା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।
ଲୋକେ ଆଦୌ ଭୟଭୀତ ହୁଅନ୍ତୁନି, ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ । ଆଜି ରାଜ୍ୟବାସୀଙ୍କୁ କିଛି ଏଭଳି ବାର୍ତ୍ତା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟ ଶାସନ ସଚିବ, ଏସଆରସି ସମୀକ୍ଷା କରିଛନ୍ତି।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମଧ୍ୟ ସମୀକ୍ଷା କରୁଛନ୍ତି ଓ ଜୁରୁରୀ ବୈଠକ ଡାକିଛନ୍ତି। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ଯଦି, ସମ୍ଭାବ୍ୟ ବାତ୍ୟାର ଗତିପଥ ବଦଳିବ ତାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ୩୦ ଜିଲ୍ଲାରେ ଓଡ୍ରାଫ୍ ଟିମ୍ ମୁତୟନ ରହିବେ, NDRF ଟିମକୁ ଆଲର୍ଟ ରଖାଯାଇଛି। ସମୟ ଯେତେ ପାଖେଇ ଆସିବ, ସ୍ଥାନାନ୍ତର ପ୍ରକ୍ରିୟାକୁ ତ୍ବରାନୀତ କରାଯିବ।
Cyclone Dana Live Updates: ଆସୁଛି ବାତ୍ୟା ‘ଦାନା’, ୨୪ରେ ଛୁଁଇବ ଓଡ଼ିଶା !
ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି ବୋଲି କହିଛନ୍ତି ମନ୍ତ୍ରୀ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି, ଯଦି ଟ୍ରଲର ମାଲିକ ଜୋର୍ କରି ସେମାନଙ୍କୁ ପଠାନ୍ତି ତାହେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ରାଜସ୍ବ ମନ୍ତ୍ରୀ କଡ଼ା ଚେତାବନୀ ଦେଇଛନ୍ତି।
ଏପଟେ ଭୀଷଣ ରୂପ ନେଉଛି ବାତ୍ୟା । ଆସିଛି ବାତ୍ୟା ଦାନାର ନୂଆ ଗତିପଥ । ଅତି ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶାକୁ ହିଟ୍ କରିପାରେ ସମ୍ଭାବ୍ୟ ବାତ୍ୟା । ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିପାରେ ବୋଲି IMD ପକ୍ଷରୁ ସୂଚନା ଦିଆଯାଇଛି । ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍ କରିପାରେ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଅତିବେଶୀରେ ଘଣ୍ଟାପ୍ରତି ୧୦୦- ୧୨୦ କିମି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।