ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ
ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ। ଏନେଇ ସୋମବାର ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ଏନ୍ଏସି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। କର୍ମକର୍ତ୍ତାମାନେ ନିର୍ବାହୀ ଅଧିକାରୀଙ୍କ ଅନୁପସ୍ଥିତିରେ ମୁଖ୍ୟ ସହାୟକ ମିଲନ ମୋହନ ମୁର୍ମୁଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇଲେ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। […] The post ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ appeared first on Dharitri Odia News.
ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ। ଏନେଇ ସୋମବାର ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ଏନ୍ଏସି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
କର୍ମକର୍ତ୍ତାମାନେ ନିର୍ବାହୀ ଅଧିକାରୀଙ୍କ ଅନୁପସ୍ଥିତିରେ ମୁଖ୍ୟ ସହାୟକ ମିଲନ ମୋହନ ମୁର୍ମୁଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇଲେ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, କିଛି ମାସ ତଳେ ସଂଘ ଏକାଧିକ ଦାବିନେଇ ଆନ୍ଦୋଳନକୁ ଓହ୍ଲାଇଥିଲା। ସେ ସମୟରେ ସରକାର ଗୋଟିଏ ଦାବି ପୂରଣ କରିଥିଲେ। ଅନ୍ୟ ଦାବିକୁ ପରବର୍ତ୍ତୀ ପର୍ଯ୍ୟାୟରେ ବିଚାର କରିବେ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ ସେମାନଙ୍କ ବଳକା ଦାବି ପୂରଣ ହୋଇ ନ ଥିବାରୁ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। ସେମାନଙ୍କ ଦାବିଗୁଡିକ ମଧ୍ୟରେ ବୃତ୍ତିଗତ ଡ଼୍ରାଇଭରଙ୍କୁ ୬୦ ବର୍ଷ ପରେ ଭତ୍ତା ପ୍ରଦାନ, ସେପ୍ଟେମ୍ବର ୧କୁ ଡ଼୍ରାଇଭର ଦିବସ ଭାବେ ପାଳନ କରିବା, ଡ଼୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ ଆଣିବା ସହ ଅନ୍ୟ ଦାବି ରହିଛି।
The post ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ appeared first on Dharitri Odia News.