ଆଭ୍ୟନ୍ତରୀଣ ଓ ଊପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପୁଣି ଏକ ଘୁର୍ଣ୍ଣିବଳୟର ଆଶଂକା କରିଛି ପାଣିପାଗ ବିଭାଗ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ।... The post ଆଭ୍ୟନ୍ତରୀଣ ଓ ଊପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ appeared first on .

ଆଭ୍ୟନ୍ତରୀଣ ଓ ଊପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ପୁଣି ଏକ ଘୁର୍ଣ୍ଣିବଳୟର ଆଶଂକା କରିଛି ପାଣିପାଗ ବିଭାଗ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର।ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର , ଭଦ୍ରକ ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ,କଟକ ମାଲକାନଗିରି କୋରାପୁଟ ଓ ନବରଙ୍ଗପୁରରେ ପର୍ବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆଜି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ,ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩୧ ତାରିଖ ବେଳକୁ ଘୁର୍ଣ୍ଣିବଳୟ ପ୍ରଭାବରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କଟକ, ନୟାଗଡ଼, ଢେଙ୍କାନାଳ ,ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

The post ଆଭ୍ୟନ୍ତରୀଣ ଓ ଊପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ appeared first on .