ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ

ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ନିମନ୍ତେ ଶପଥ ନେଇଥିଲେ। ସହର ପିଟିସି ପଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଆୟୋଜିତ ପରେଡ୍‌ରେ କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଯୋଗ ଦେଇ ଅଭିବାଦନ ଗ୍ରହଣ କରିଥିଲେ। ପରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ସମେତ […] The post ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ appeared first on Dharitri Odia News.

ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ

ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ନିମନ୍ତେ ଶପଥ ନେଇଥିଲେ।
ସହର ପିଟିସି ପଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଆୟୋଜିତ ପରେଡ୍‌ରେ କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଯୋଗ ଦେଇ ଅଭିବାଦନ ଗ୍ରହଣ କରିଥିଲେ। ପରେ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ସମେତ ଉପସ୍ଥିତ ସମସ୍ତ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କୁ ‘ମୁଁ ରାଷ୍ଟ୍ରୀୟ ଏକତା ଦିବସ ଶପଥ ଅବସରରେ ସତ୍ୟନିଷ୍ଠାରେ ଶପଥ ନେଉଛି କି ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବି ଏବଂ ଆମର ଦେଶବାସୀଙ୍କ ମଧ୍ୟରେ ଏହି ବାର୍ଷା ପ୍ରଚାର କରିବା ପାଇଁ ସମ୍ପୂର୍ଣ୍ଣ ପ୍ରୟାସ କରିବି। ମୁଁ ଏହି ଶପଥ ମୋର ଦେଶର ଏକତାର ଭାବନାରୁ ନେଉଛି ଯାହାକି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଦୂରଦର୍ଶିତା ଏବଂ କାର୍ଯ୍ୟ ଦ୍ବାରା ସମ୍ଭବ ହୋଇପାରିଥିଲା। ମୁଁ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ଲାଗି ମଧ୍ୟ ସତ୍ୟନିଷ୍ଠା ସହିତ ସଙ୍କଳ୍ପ କରୁଛି । ଏହାକୁ ଶପଥପାଠ କରାଇଥିଲେ।

The post ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ appeared first on Dharitri Odia News.