'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମକୁ ହାଇକୋର୍ଟଙ୍କ ଝଟକା

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଉପେକ୍ଷା କରାଯାଉଥିବା ନେଇ ବହୁ ଜନପ୍ରତିନିଧି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମକୁ ହାଇକୋର୍ଟଙ୍କ ଝଟକା

‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା। ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ କାର୍ଯ୍ୟକାରିତା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ କୋର୍ଟ ମନା କରିଛନ୍ତି। ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଉପେକ୍ଷା କରାଯାଉଥିବା ନେଇ ବହୁ ଜନପ୍ରତିନିଧି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ସଂକ୍ରାନ୍ତରେ ରାଜ୍ୟର ଏକାଧିକ ସ୍ଥାନରୁ ପ୍ରାୟ ୪୨ଟି ମାମଲା ହାଇକୋର୍ଟରେ ରୁଜୁ ହୋଇଥିଲା ବୋଲି କହିଛନ୍ତି ମାମଲା ପରିଚାଳନା କରୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।