‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’

ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା କରିବାକୁ ପଡ଼ି ନ ପାରେ। ଭାଜପା ପାଖରେ ପ୍ରାର୍ଥୀ ନ ଥିଲେ। ଆମର ଅଧିକାଂଶ ଲୋକ ସେଠି ଅଛନ୍ତି ବୋଲି ମୁନ୍ନା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ସଭାରେ କହିଛି ଭାଜପା […] The post ‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’ appeared first on Dharitri Odia News.

‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’

ଭୁବନେଶ୍ୱର,୩ା୧୧: ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁନ୍ନା ଖାଁ କହିଛନ୍ତି, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା କରିବାକୁ ପଡ଼ି ନ ପାରେ। ଭାଜପା ପାଖରେ ପ୍ରାର୍ଥୀ ନ ଥିଲେ। ଆମର ଅଧିକାଂଶ ଲୋକ ସେଠି ଅଛନ୍ତି ବୋଲି ମୁନ୍ନା କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ସଭାରେ କହିଛି ଭାଜପା ବିଧାୟକ ବିଜେଡି ସହ ଲିଙ୍କ୍‌ରେ ଅଛନ୍ତି । ମିଡିଆ ସାମ୍ନାରେ କିଛି କହିନାହିଁ। ଯାହା କହିଛି କର୍ମୀଙ୍କୁ କହିଛି। ଏହା ଆମର ରଣନୀତି। ମୁଁ ଏହାକୁ ମିଡିଆ ସାମ୍ନାରେ କହିପାରିବିନି। ସମୟକୁ ଅପେକ୍ଷା କରନ୍ତୁ ବୋଲି ସେ କହିଛନ୍ତି।

ନିର୍ବାଚନ ପୂର୍ବରୁ ବିଜେଡି ଛାଡି ୨୨ ନେତା ଭାଜପାରେ ଯୋଗ ଦେଇଥିଲେ। ଏବେ ସେମାନେ ଭାଜପା ଟିକେଟ ପାଇ ବିଧାୟକ ହୋଇଛନ୍ତି। ସେଥିରୁ ୧୪ ବିଧାୟକ ଏବେ ବିଜେଡି ଲିଙ୍କ୍‌ରେ ଅଛନ୍ତି।

ସେ ଆହୁରି କହିଛନ୍ତି, ଭାଜପା ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦେଇଥିଲା ପୂରଣ କରିବାରେ ବିଫଳ ହୋଇଛି। ତେଣୁ ଆଜି ଯଦି ନିର୍ବାଚନ ହେବ ତେବେ ବିଜେଡିକୁ ୧୦୦ ସିଟ ମିଳିବା ନିଶ୍ଚିତ। କାରଣ ଏବେ ମଧ୍ୟ ୯୦ପ୍ରତିଶତ ବ୍ଲକ ଏବଂ ଜିଲା ପରିଷଦ ବିଜେଡି ଦଖଲରେ ହିଁ ରହିଛି।

ସୂଚନାଥାଉ କି, ନବରଙ୍ଗପୁରରେ ଆୟୋଜିତ ପଦଯାତ୍ରାରେ ବିଜେଡିର ହେଭିୱେଟ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ମୁନ୍ନା ଖାଁ ଦେଇଥିବା ବୟାନ ଏବେ ଚାରିଆଡେ କମ୍ପନ ସୃଷ୍ଟି କରିଛି।

The post ‘ଆମକୁ ୫ ବର୍ଷ ଅପେକ୍ଷା କରିବାକୁ ପଡ଼ିବନି, ଖୁବ୍‌ଶୀଘ୍ର ଫେରିବ ବିଜେଡି ସରକାର’ appeared first on Dharitri Odia News.