ଆମ୍ବେଦକରଙ୍କୁ ଅପମାନ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ଭଦ୍ରକ: ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କୁ ଅପମାନ କରାଯାଇଥିବା ଅଭିଯୋଗରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ଦାବିପତ୍ର ପ୍ରଦାନ କରାଯାଇଛି । ଆମ୍ବେଦକରଙ୍କ ଅପମାନ ଘଟଣାରେ ଅମିତ ଶାହଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ ।ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ନେତୃତ୍ଵଙ୍କ ସହ କର୍ମୀମାନେ ସହରରେ ଶୋଭାଯାତ୍ରା କରିଥିଲେ। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନାରାବାଜି ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ଏହା ପରେ ଜିଲ୍ଲାପାଳଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।

ଆମ୍ବେଦକରଙ୍କୁ ଅପମାନ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ଭଦ୍ରକ: ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକରଙ୍କୁ ଅପମାନ କରାଯାଇଥିବା ଅଭିଯୋଗରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟ ଦାବିପତ୍ର ପ୍ରଦାନ କରାଯାଇଛି । ଆମ୍ବେଦକରଙ୍କ ଅପମାନ ଘଟଣାରେ ଅମିତ ଶାହଙ୍କ ଇସ୍ତଫା ଦାବି କରିଛି କଂଗ୍ରେସ ।

ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ନେତୃତ୍ଵଙ୍କ ସହ କର୍ମୀମାନେ ସହରରେ ଶୋଭାଯାତ୍ରା କରିଥିଲେ। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନାରାବାଜି ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ଏହା ପରେ ଜିଲ୍ଲାପାଳଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।