ଆରଡ଼ି ପୀଠର ଉନ୍ନତି ପାଇଁ ୧୦ କୋଟିର ଅନୁଦାନ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
ଭଦ୍ରକ : ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତି ପାଇଁ ୧୦ କୋଟିର ଅନୁଦାନ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବାବା ଆରଡ଼ିଙ୍କ ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ତଥା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଉଚ୍ଚଶିକ୍ଷା […]

ଭଦ୍ରକ : ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତି ପାଇଁ ୧୦ କୋଟିର ଅନୁଦାନ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବାବା ଆରଡ଼ିଙ୍କ ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ତଥା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି।
ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ ପୀଠରେ ପହଞ୍ଚିଛନ୍ତି। ମନ୍ଦିର ପରିସରରେ ଥିବା ଗଣେଶ ମଣ୍ଡପରେ ସଂକଳ୍ପ, ଶ୍ରାବଣୀ ମହାଦେବଙ୍କ ନିକଟରେ ପୂଜାର୍ଚ୍ଚନା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଛନ୍ତି । ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି।