ଆରପାରିରେ ଖଲ୍ଲିକୋଟର ରାଣୀ
ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।
ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ।