ଆରପାରିରେ ସମୀର ଦେ’ । ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ।
କନକ ବ୍ୟୁରୋ: ଆରପାରିରେ ସମୀର ଦେ’ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ, ଆଉ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ଘଟିଛି । ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ କଟକର ଘରୋଇ ହସ୍ପିଟାଲରେ ଚାଲିଥିଲା ଚିକିତ୍ସା#SamirDey #Odisha #KanakNews pic.twitter.com/algW9ZjbVF — Kanak News (@kanak_news) November 18, 2024 ତେବେ ଜଣେ ପ୍ରବୀଣ ରାଜନେତା ଭାବେ ବେଶ ଲୋକପ୍ରିୟ ଥିଲେ ସମୀର ଦେ । ଏମିତି କି ୨୦୦୪ରୁ ୦୯ ପର୍ୟ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଅମଳରେ ସେ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ରହିଥିଲେ । କଟକ ସହରରୁ ୩ ଥର ବିଧାୟକ ରହିଥିଲେ । ୧୯୯୫ ମସିହାରୁ ଆରମ୍ଭ କରି ୨୦୦୦ ମସିହା ଓ ୨୦୦୪ ମସିହାରେ ସେ ଲଗାତାର ବିଧାନସଭାକୁ ନିର୍ବାଚିତ ହେଇଥଲେ । ହେଲେ ଏହା ପରଠୁ କିନ୍ତୁ ସେ ନିର୍ବାଚନରେ ସଫଳତା ପାଇନଥିଲେ । ହେଲେ ରାଜ୍ୟ ବିଜେପିର ଜଣେ ଜଣାଶୁଣା ଚେହେରା ଥିଲେ ସମୀର ଦେ । ସମୀର ଦେ, ଆମେ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି। ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭ

କନକ ବ୍ୟୁରୋ: ଆରପାରିରେ ସମୀର ଦେ’ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ, ଆଉ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ଘଟିଛି ।
ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ
ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
କଟକର ଘରୋଇ ହସ୍ପିଟାଲରେ ଚାଲିଥିଲା ଚିକିତ୍ସା#SamirDey #Odisha #KanakNews pic.twitter.com/algW9ZjbVF — Kanak News (@kanak_news) November 18, 2024
ତେବେ ଜଣେ ପ୍ରବୀଣ ରାଜନେତା ଭାବେ ବେଶ ଲୋକପ୍ରିୟ ଥିଲେ ସମୀର ଦେ । ଏମିତି କି ୨୦୦୪ରୁ ୦୯ ପର୍ୟ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଅମଳରେ ସେ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ରହିଥିଲେ । କଟକ ସହରରୁ ୩ ଥର ବିଧାୟକ ରହିଥିଲେ । ୧୯୯୫ ମସିହାରୁ ଆରମ୍ଭ କରି ୨୦୦୦ ମସିହା ଓ ୨୦୦୪ ମସିହାରେ ସେ ଲଗାତାର ବିଧାନସଭାକୁ ନିର୍ବାଚିତ ହେଇଥଲେ । ହେଲେ ଏହା ପରଠୁ କିନ୍ତୁ ସେ ନିର୍ବାଚନରେ ସଫଳତା ପାଇନଥିଲେ । ହେଲେ ରାଜ୍ୟ ବିଜେପିର ଜଣେ ଜଣାଶୁଣା ଚେହେରା ଥିଲେ ସମୀର ଦେ ।
ସମୀର ଦେ, ଆମେ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି।
ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ। 1995 ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର… pic.twitter.com/RSNV7lUA2E — Pravati Parida (@PravatiPOdisha) November 18, 2024
ସମୀର ଦେଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା 'ଏକ୍ସ'ରେ ଲେଖିଛନ୍ତି ଯେ, "ସମୀର ଦେ, ଆମେ ପ୍ରିୟ ଦାଦା ଇହ ଧାମରେ ନାହାନ୍ତି ଶୁଣି ବିଶ୍ୱାସ ହଉନି। ରାମ ଜନ୍ମଭୂମି ଆନ୍ଦୋଳନ ସମୟରୁ କଟକ ସହର ଏବଂ ଆଖପାଖ ଅଞ୍ଚଳରେ ବ୍ୟକ୍ତିଗତ ଭାବରେ ପହଞ୍ଚାଇ ଆମ ଦଳ ପାଇଁ ଏକ ମଡେଲ ଭାବରେ ପ୍ରସ୍ତୁତ କରିଥିଲେ। ୧୯୯୫ ମସିହାରେ ବିଧାନସଭାରେ ପ୍ରବେଶ କରି ଓଡ଼ିଆଙ୍କ ଜନ ଆକାଂକ୍ଷାକୁ ବଡ଼ ରୂପ ଦେଇ ଦଳ ବିକାଶର ଭିତ୍ତି ପ୍ରସ୍ତର ପକାଇଥିଲେ। ୨୦୦୦ ଓ ୨୦୦୪ ରେ ମନ୍ତ୍ରୀ ଭାବରେ ନିଜର ଦକ୍ଷତାକୁ ପ୍ରତିପାଦିତ କରିଥିଲେ। ତାଙ୍କର ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ, ସମଗ୍ର ଓଡ଼ିଶା ପାଇଁ ଏକ ବିରାଟ କ୍ଷତି । ଏହି ନ୍ଦୁଃଖକୁ ଶଯ୍ୟ କରିବାପାଇଁ ତାଙ୍କ ପରିବାରକୁ ମହାପ୍ରଭୁ ଅସୀମ ଶକ୍ତି ଦିଅନ୍ତୁ। ଏହା ହିଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା l"
ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ… — Dharmendra Pradhan (@dpradhanbjp) November 18, 2024
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 'ଏକ୍ସ'ରେ ଲେଖିଛନ୍ତି ଯେ, "ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ । ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । "