ଆରମ୍ଭ ହେଲା ରୁକୁଣା ରଥ ଟଣା, ସାମିଲ ହୋଇଛନ୍ତି ହଜାର ହଜାର ଶ୍ରଦ୍ଧାଳୁ
ଭୁବନେଶ୍ବର : ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ। ନିର୍ଦ୍ଧାରିତ ସମୟର ଦେଢ ଘଣ୍ଟା ବିଳମ୍ବରେ ରଥଟଣା ଆରମ୍ଭ ହୋଇଛି । ପୂର୍ବରୁ ଅପରାହ୍ଣ ସାଢେ ୩ଟାରେ ରଥଟଣା ହେବ ବୋଲି ନୀତିନିଘଣ୍ଟ କରାଯାଇଥିଲା । କିନ୍ତୁ ଆଜି ପ୍ରାୟ ସାଢେ ୫ଟା ୨୦ ସମୟରେ ରଥଟଣା ଆରମ୍ଭ ହୋଇଥିଲା । ଆଜି ଦିନ ସାଢେ ୧୨ଟା ବେଳେ ଲିଙ୍ଗରାଜ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହେବାର ଯୋଜନା ଥିଲେ ବି ଏଥିରେ ବହୁ ବଳମ୍ବ ହୋଇଥିଲା। ଏଣୁ […]

ଭୁବନେଶ୍ବର : ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ। ନିର୍ଦ୍ଧାରିତ ସମୟର ଦେଢ ଘଣ୍ଟା ବିଳମ୍ବରେ ରଥଟଣା ଆରମ୍ଭ ହୋଇଛି । ପୂର୍ବରୁ ଅପରାହ୍ଣ ସାଢେ ୩ଟାରେ ରଥଟଣା ହେବ ବୋଲି ନୀତିନିଘଣ୍ଟ କରାଯାଇଥିଲା । କିନ୍ତୁ ଆଜି ପ୍ରାୟ ସାଢେ ୫ଟା ୨୦ ସମୟରେ ରଥଟଣା ଆରମ୍ଭ ହୋଇଥିଲା । ଆଜି ଦିନ ସାଢେ ୧୨ଟା ବେଳେ ଲିଙ୍ଗରାଜ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହେବାର ଯୋଜନା ଥିଲେ ବି ଏଥିରେ ବହୁ ବଳମ୍ବ ହୋଇଥିଲା। ଏଣୁ ରଥଟଣାରେ ବିଳମ୍ବ ହୋଇଛି।
ବର୍ଷକୁ ଥରେ ଭକ୍ତଙ୍କୁ ଦର୍ଶନ ଦେବାକୁ ମନ୍ଦିରରୁ ମାଉସୀ ମା’ ମନ୍ଦିରକୁ ଆସୁଛନ୍ତି ମହାପ୍ରଭୁ ଲିଙ୍ଗରାଜ । ମହାପ୍ରଭୁଙ୍କ ରଥଯାତ୍ରା ଦେଖିବାକୁ ରଥଦାଣ୍ଡରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି। ପୁଲିସ ଓ ସ୍ବେଚ୍ଛାସେବୀଙ୍କ କର୍ଡନରେ ରଥଟଣା ଆରମ୍ଭ ହୋଇଛି। ରଥଟଣାରେ ହଜାର ହଜାର ଶ୍ରାଦ୍ଧାଳୁ ସାମିଲ ହୋଇଛନ୍ତି।