ଆରମ୍ଭ ହେଲା ‘ଲକ୍ଷପତି ଦିଦି ସହାୟିକା’ ଯୋଜନା: ଉପକୃତ ହେବେ ୬୨ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍
ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କର ଆର୍ଥିକ ଅଭିବୃଦ୍ଧି ପାଇଁ ରାଜ୍ୟ ସରକାର ଲକ୍ଷପତି ଦିଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିରେ ୨୦୨୭ ସୁଦ୍ଧା ୨୫ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଟାର୍ଗେଟ୍ ହାସଲରେ ଯେପରି କୌଣସି ସମସ୍ୟା ହେବନି ସେଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ‘ଲକ୍ଷପତି ଦିଦି ସହାୟିକା’ ଯୋଜନା ଆରମ୍ଭ ହୋଇଛି। ଏହି ଯୋଜନା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ମାନଙ୍କର ପାରିଶ୍ରମିକ ବାବଦ ଅର୍ଥ ବର୍ତ୍ତମାନ ପାଇଁ ସରକାର ବହନ କରିବେ। […] The post ଆରମ୍ଭ ହେଲା ‘ଲକ୍ଷପତି ଦିଦି ସହାୟିକା’ ଯୋଜନା: ଉପକୃତ ହେବେ ୬୨ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ appeared first on Odisha.News.

ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କର ଆର୍ଥିକ ଅଭିବୃଦ୍ଧି ପାଇଁ ରାଜ୍ୟ ସରକାର ଲକ୍ଷପତି ଦିଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥିରେ ୨୦୨୭ ସୁଦ୍ଧା ୨୫ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଟାର୍ଗେଟ୍ ହାସଲରେ ଯେପରି କୌଣସି ସମସ୍ୟା ହେବନି ସେଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ‘ଲକ୍ଷପତି ଦିଦି ସହାୟିକା’ ଯୋଜନା ଆରମ୍ଭ ହୋଇଛି। ଏହି ଯୋଜନା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ମାନଙ୍କର ପାରିଶ୍ରମିକ ବାବଦ ଅର୍ଥ ବର୍ତ୍ତମାନ ପାଇଁ ସରକାର ବହନ କରିବେ। ଏଥିପାଇଁ ଗ୍ରାମ ପଞ୍ଚାୟତ ସଂଘ ବା ଜିପିଏଲ୍ଏଫ୍ମାନଙ୍କୁ ଅନୁଦାନ ପ୍ରଦାନ କରାଯିବ। ଏହି ଯୋଜନା ଦ୍ବାରା ୬୨ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଲାଭବାନ ହେବେ। ସେମାନେ ଏପ୍ରିଲ, ୨୦୨୪ରୁ ପିଛିଲା ଭାବେ ପାରିଶ୍ରମିକ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି।
The post ଆରମ୍ଭ ହେଲା ‘ଲକ୍ଷପତି ଦିଦି ସହାୟିକା’ ଯୋଜନା: ଉପକୃତ ହେବେ ୬୨ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ appeared first on Odisha.News.