ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।

ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

ରାଜଧାନୀ ଭୁବନେଶ୍ୱରରେ ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ଭିଡିଓ ମନିଟରିଂ ସିଷ୍ଟମ ଜରିଆରେ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ଶୁଦ୍ଧା ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି। ସମସ୍ତ ପୁଲିସ କର୍ମଚାରୀଙ୍କୁ ଏସଓପି ବାବଦରେ ଜଣାଇବା ପାଇଁ ରାଜ୍ୟର ସମସ୍ତ ଥାନା ଏବଂ ଫାଣ୍ଡିରେ ଓଡ଼ିଆ ଭାଷାରେ ଏସଓପିକୁ ବ୍ୟାପକ ଭାବେ ପ୍ରଚାର କରିବାକୁ ହାଇକୋର୍ଟ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ପୁଲିସ ଏଡିଜି ଦୟାଲ ଗଙ୍ଗୱାର ଦାଖଲ କରିଥିବା ସତ୍ୟପାଠକୁ ସରକାର ଏବଂ ପୁଲିସ ମୁଖ୍ୟାଳୟ କଡ଼ାକଡ଼ି ଭାବେ ପାଳନ କରିବେ ବୋଲି କୋର୍ଟ ଆଶା ବ୍ୟକ୍ତ କରି ନିଜ ଆଡୁ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ।